27.1 C
Bhubaneswar
Saturday, September 12, 2026
Homeଓଡିଶାଗ୍ୟାସ୍‌ ଟ୍ରାଜେଡି: ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଗ୍ୟାସ୍‌ ଟ୍ରାଜେଡି: ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଚେନ୍ନାଇ: ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡିରେ ଆଖି ବୁଜିଲେ ଆଉ ଦୁଇ ଜଣ ଓଡ଼ିଆ। କେନ୍ଦୁଝର ଜିଲ୍ଲାର ସଜନୀ ଜୁଆଙ୍ଗଙ୍କର ମୃତ୍ୟୁ ହୋଇଛି। ଆଜି ସକାଳୁ ଜାମୁନି ଜୁଆଙ୍ଗଙ୍କର ବି ମୃତ୍ୟୁ ହୋଇଥିଲା । ଏହାସହ ଗ୍ୟାସ୍ ଟ୍ରାଜେଡି ଘଟଣାରେ ଓଡ଼ିଆଙ୍କ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି। ଗୁରୁତର ଭାବେ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ସଜନୀ ଜୁଆଙ୍ଗ ଓ ଜାମୁନି ଜୁଆଙ୍ଗଙ୍କର ମୃତ୍ୟୁ ହୋଇଛି । ମୃତକ ଜାମୁନୀଙ୍କ ଘର କେନ୍ଦୁଝର ତେଲକୋଇ ବ୍ଲକ ଟାଙ୍ଗିରି ଗାଁରେ। ପୂର୍ବରୁ କେବଳ କେନ୍ଦୁଝର ଜିଲ୍ଲାରୁ ୫ ଜଣଙ୍କର ଜୀବନ ଯାଇଥିଲା। ତେଲକୋଇ ଟାଙ୍ଗିରି ଗାଁରୁ ମୋଟ ୧୮ ଜଣ ଯାଇଥିଲେ। ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୭ଜଣଙ୍କର ମୃତ୍ୟୁ ହୋଇଛି। ତାମିଲନାଡୁ ଗ୍ୟାସ୍ ଟ୍ରାଜେଡିରେ ମୋଟ ୯ ଜଣଙ୍କର ମୃତ୍ୟୁ ହୋଇଛି।

ସେପଟେ ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ  ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ। ଆଜି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶିର ପରିମାଣକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking