28.1 C
Bhubaneswar
Friday, September 20, 2024
Homeଓଡିଶାରତ୍ନଭଣ୍ଡାର ଖୋଲି ଅଳଙ୍କାର ଗଣତି ମାମଲା; ୪ ସପ୍ତାହ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି ପାଇଁ...

ରତ୍ନଭଣ୍ଡାର ଖୋଲି ଅଳଙ୍କାର ଗଣତି ମାମଲା; ୪ ସପ୍ତାହ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଖୋଲି ସେଥିରେ ଥିବା ଅଳଙ୍କାର ଓ ଅନ୍ୟାନ୍ୟ ଜିନିଷ ଗଣନା ପାଇଁ ଗଠିତ ଉଚ୍ଚ ସ୍ତରୀୟ କମିଟିର ଅଧକ୍ଷ ନିଯୁକ୍ତି ୪ ସପ୍ତାହ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କୁ କମିଟିର ଅଧ୍ୟକ୍ଷ ନିଯୁକ୍ତି କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଡ୍‌ଭୋକେଟ୍ ଜେନେରାଲ କୋର୍ଟଙ୍କୁ ଅବଗତ କରିବା ପରେ ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଜି ମାମଲାର ଶୁଣାଣି କରି ଆଗାମୀ ୪ ସପ୍ତାହ ପରେ ମାମଲାର ପରବର୍ତ୍ତି ଶୁଣାଣି ହେବ ବୋଲି ଧାର୍ଯ୍ୟ କରିଛନ୍ତି ।ସୂଚନାଯୋଗ୍ୟ ସେପ୍ଟେମ୍ବର ୨୯ରେ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀପାଇଁ ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଏକ ଅନ୍ତରୀଣ ଆବେଦନ କରିଥିଲେ । ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନ୍‌ଜୀବୀ ପିତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking