17.1 C
Bhubaneswar
Wednesday, February 11, 2026
Homeଓଡିଶାଚିତାଲାଗି ଅମାବାସ୍ୟା ପାଇଁ ଆସନ୍ତାକାଲି ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ଚିତାଲାଗି ଅମାବାସ୍ୟା ପାଇଁ ଆସନ୍ତାକାଲି ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ରବିବାର ଚିତାଲାଗି ଅମାବାସ୍ୟା । ଏଣୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ‌। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା। ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ । ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି । ଏହି ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ତିନିଠାକୁରଙ୍କ ଲଲାଟରେ ଦଇତାପତିମାନେ ଚିତା ଲାଗି କରୁଥିବାରୁ ଏହାର ନାମ ଚିତାଲାଗି ଅମାବାସ୍ୟା । ସ୍ନାନ ପୂର୍ଣ୍ଣିମାଦିନ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଲଲାଟରୁ ଯେଉଁ ଚିତା ଉଲାଗି କରାଯାଇଥାଏ ତାହା ପୁଣି ଶ୍ରାବଣ ମାସ ଅମାବାସ୍ୟା ତିଥିରେ ଲାଗି କରାଯାଏ । ଶ୍ରୀଜଗନ୍ନାଥଙ୍କ ମସ୍ତକରେ ହୀରାଖଚିତ ଧଳା ଚିତା, ଶ୍ରୀ ବଳଭଦ୍ରଙ୍କ ମସ୍ତକରେ ନୀଳାଖଚିତ ନିଳ ଚିତା ଏବଂ ଦେବୀ ସୁଭଦ୍ରାଙ୍କ ମସ୍ତକରେ ମାଣିକ୍ୟ ଖଚିତ ନାଲି ଚିତା ଲାଗି କରାଯାଏ ପରମ୍ପରା ଏବଂ ବିଧ୍ ମୁତାବକ ପତିମହାପାତ୍ର ସେବାୟତ ଏହି ଚିତାକୁ ସଂସ୍କାର କରିବା ପରେ ଦଇତାପତି ସେବାୟତ ଶ୍ରୀବିଗ୍ରହଙ୍କ ମସ୍ତକରେ ପରିଧାନ କରାଇଥାନ୍ତି । ଏହି ଚିତା ଶ୍ରୀବିଗ୍ରହମାନଙ୍କ ମସ୍ତକରେ ପରବର୍ତ୍ତୀ ସ୍ନାନପୂର୍ଣ୍ଣିମା ପର୍ଯ୍ୟନ୍ତ ଲାଗି ରହିଥାଏ । ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବା ଶ୍ରୀଦେବୀ ଓ ଭୂଦେବୀ ରନ୍ ସିଂହାସନରୁ ଆସି ଖଟ ସେଜରେ ବିଜେ କରିବୋ ତେବେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଦିନ ୨ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking