20.1 C
Bhubaneswar
Wednesday, December 17, 2025
Homeଓଡିଶାଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ପରେ ବନକ ଲାଗି କରାଯିବ। ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ପ୍ରତିମାସରେ ହାରାହାରି ଦୁଇଥର ହୋଇଥାଏ। ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ। ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ।

ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ। ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକ ଲାଗି କୁହାଯାଏ। କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’। କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ। ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking