27.1 C
Bhubaneswar
Monday, February 2, 2026
Homeଓଡିଶାଚିହ୍ନଟ ହେଲେ ଭୂତ ରାସନ କାର୍ଡଧାରୀ

ଚିହ୍ନଟ ହେଲେ ଭୂତ ରାସନ କାର୍ଡଧାରୀ

ଭୁବନେଶ୍ୱର : ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ଜଣ ଭୂତ ରାଶନ କାର୍ଡଧାରୀ ଚିହ୍ନଟ ହୋଇଛି। ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି। ୬ ଲକ୍ଷ ୧୯ ହଜାର ୮୩୬ ରାଶନ କାର୍ଡ ପାଇଁ ଆବେଦନ କରିଛନ୍ତି ଏବଂ କୌଣସି କାରଣରୁ ରାଶନ କାର୍ଡ କଟିଥିଲେ ପୁଣି ଆବେଦନ କରିପାରିବେ। ସରକାର କେୱାଇସି ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ କଟିଯିବ ବୋଲି ମନ୍ତ୍ରୀ କହିଛନ୍ତି। କେନ୍ଦ୍ର ସରକାରଙ୍କ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟ ପାଇଁ ୩.୨୫ କୋଟି ଲୋକଙ୍କୁ ସାମିଲ କରାଯାଇଛି। କେନ୍ଦ୍ର ସରକାର ମଧ୍ୟ ଏହାର କୋଟା ବଢ଼ାଉନାହାନ୍ତି। ଅନ୍ୟପକ୍ଷରେ ବିଜେଡି ସରକାର ଅମଳରେ କାର୍ଯ୍ୟକାରୀ ହେଉଥିବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରାଯାଇଛି। ତେବେ ୨୦୨୨ରୁ ନୂତନ ରାଶନ କାର୍ଡ ଇସ୍ୟୁ କରାଯାଉ ନାହିଁ। ବିଜୁ ସ୍ବାସ୍ଥ୍ୟ କାର୍ଡ ହାତେଇବା ପାଇଁ ବହୁ ସଂଖ୍ୟାରେ ରାଶନ କାର୍ଡ ଲାଗି ଆବେଦନ ହେବାରୁ ନୂତନ କାର୍ଡ ଇସ୍ୟୁ ବନ୍ଦ କରାଯାଇଥିଲା ବୋଲି ସୂଚନା ମିଳିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking