29.1 C
Bhubaneswar
Friday, February 6, 2026
Homeଓଡିଶାଥାନା ଆଗରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ପ୍ରେମିକା

ଥାନା ଆଗରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ପ୍ରେମିକା

ନୟାଗଡ଼: ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଆଗରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପ୍ରେମିକବିବାହ କରିବା ପାଇଁ ରାଜି ନ ହେବାରୁ ପ୍ରେମିକା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଫତେଗଡ଼ ଥାନା ଆଗରେ  ଯୁବତୀ ଜଣକ ପୋକମରା ଔଷଧ ପିଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପ୍ରେମିକର ବାପା ଏବଂ ଫତେଗଡ଼ ଥାନା ପୁଲିସ ଯୁବତୀଙ୍କୁ ଅଟକାଇ ଥିଲେ। ଚୁକ୍ତି ଅନୁଯାୟୀ ଦୁହେଁ ପ୍ରେମିକ ଏବଂ ପ୍ରେମିକାଙ୍କର ଆଜି କୋର୍ଟରେ ମ୍ୟାରେଜ୍ କରିବା ପାଇଁ ଆବେଦନ କରିବା ସହ ମନ୍ଦିର ବିବାହ ହୋଇଥାନ୍ତା। ଏଥିପାଇଁ ପ୍ରେମିକା ଶଙ୍ଖା ସିନ୍ଦୂର ଫୁଲ ମାଳା ସହ ନୂଆ  ଶାଢ଼ୀ ନୂଆ କିଣିକି ଆଣିଥିବା କହିଛନ୍ତି । କିନ୍ତୁ ବିବାହ କରିବା ପାଇଁ ପ୍ରେମିକ ଶିବ ନାରାୟଣ ପଣ୍ଡା ରାଜି ନହେବାରୁ ପ୍ରେମିକା ବିଷ ପିଇ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିଲେ। ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା ।  ଶିବ ନାରାୟଣ ଭୁବନେଶ୍ବର କ୍ୟାଟେରିଂ କାମ କରୁଥିବା ବେଳେ ଯୁବତୀଜଣକ ସେଠାରେ ରହି ପାଠ ପଢ଼ୁଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking