ପାଣାଜୀ: ସୋମବାର କ୍ରମାଗତ ଦ୍ୱିତୀୟ ଥର ପାଇଁ ପ୍ରମୋଦ ସାୱନ୍ତ ଗୋଆର ମୁଖ୍ୟମନ୍ନ୍ତ୍ନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଶ୍ୟାମା ପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ରାଜ୍ୟପାଳ ପିଏସ୍ ଶ୍ରୀଧରନ୍ ପିଲ୍ଲାଇ ଶପଥ ଗ୍ରହଣ କରିଥିଲେ। ତତ୍କାଳୀନ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କ ମୃତ୍ୟୁ ପରେ ୨୦୧୭ ରେ ପ୍ରମୋଦ ସାୱନ୍ତ ସିଏମ ହୋଇଥିଲେ। ସାୱନ୍ତଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ସଭାପତି ଜେ.ପି. ନଡ୍ଡ୍ଡାଙ୍ଙ୍କ ସମେତ ଅନ୍ୟମାନେ ପ୍ରମୁଖ ଯୋଗ ଦେଇଥିଲେ ।