28.1 C
Bhubaneswar
Saturday, April 20, 2024
Homeମକରସଂକ୍ରାନ୍ତିଗୃହଦେବତା ଓ ଧାନଖଳାରେ ହୋଇଥାଏ ଭୋଗ

ଗୃହଦେବତା ଓ ଧାନଖଳାରେ ହୋଇଥାଏ ଭୋଗ

ଭୁବନେଶ୍ୱର: ମକର ସଂକ୍ରାନ୍ତି ବେଳକୁ ଓଡ଼ିଶାରେ ଧାନ, ଆଖୁ ଆଦି ନୂଆଫସଲ ଅମଳ ହୋଇଥାଏ । ତେଣୁ ସେଦିନ ନୂଆ ଧାନରୁ ପ୍ରସ୍ତୁତ ଅପକ୍ୱ ଅରୁଆ ଚାଉଳ, ନୂଆଗୁଡ଼, ଛେନା, ନଡ଼ିଆ, ପାଚିଲା କଦଳୀ, ଘିଅ, କ୍ଷୀର ଇତ୍ୟାଦି ଗୋଳିଆ ଗୋଟିଏ ସୁମିଷ୍ଟ ଭୋଗ ପ୍ରସ୍ତୁତ କରି ଗୃହଦେବତାଙ୍କୁ ଓ ଧାନଖଳାରେ ଭୋଗ ଲଗାଯାଏ । ଏହି ଭୋଗ ‘ମକର ଚାଉଳ’ ଭାବେ ପରିଚିତ । ଏହି ଭୋଗ ଖିଆଖେଇ ହୋଇ ଲୋକେ ‘ମକର’ ବସନ୍ତି । କେତେକ ଅଞ୍ଚଳରେ ନୂଆଧାନର ଚାଉଳରେ ପ୍ରସ୍ତୁତ ପୋଡ଼ପିଠା ସହିତ ଗୁଡ, କଦଳୀ, ନଡ଼ିଆ ଓ ଅରୁଆଚାଉଳରେ ଭୋଗ କରାଯାଇ ଦେବାଦେବୀଙ୍କ ପାଖରେ ଦିଆଯାଏ । ସୂର୍ଯ୍ୟଙ୍କ ଯୋଗୁଁ କୃଷିକ୍ଷେତରେ ଶସ୍ୟ ଉତ୍ପନ ହେଉଥିବାରୁ କୃଷକମାନେ ମକରସଂକ୍ରାନ୍ତିର ପୂଣ୍ୟକାଳରେ ସୂର୍ଯ୍ୟଙ୍କୁ ନୂତନ ଶସ୍ୟ ଅର୍ପଣ କରି ପୂଜାର୍ଚ୍ଚନା କରିଥା’ନ୍ତି ।

ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking