32.1 C
Bhubaneswar
Friday, April 26, 2024
Homeଓଡିଶାଭାରତୀୟ ବଜାରରେ ସାମାନ୍ୟ କମିଛି ସୁନା ଦର

ଭାରତୀୟ ବଜାରରେ ସାମାନ୍ୟ କମିଛି ସୁନା ଦର

ଭୁବନେଶ୍ୱର : ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୨୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୪୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬ ହଜାର ୫୦୦ ଟଙ୍କା ଓ ୫୦, ୭୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୫୦୦ ଟଙ୍କା ଓ ୫୦,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୬୫୦ ଟଙ୍କା ଓ ୫୦,୮୯୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୫୦ ହଜାର ୭୩୦ ଟଙ୍କା ରହିଛି । ସେହିପରି ଆଜି ରୁପା କିଲୋଗ୍ରାମ ପ୍ରତି ୫୬,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking