29.1 C
Bhubaneswar
Wednesday, April 29, 2026
Homeଓଡିଶାଦୀପାବଳିରେ ମିଳିବ ସୁଭଦ୍ରା ଟଙ୍କା

ଦୀପାବଳିରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ତିନିଦିନିଆ କେନ୍ଦୁଝର ଗସ୍ତର ଶେଷ ଦିନରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। କେନ୍ଦୁଝର ସର୍କିଟ ହାଉସ ଓ ମଣ୍ଡୁଆସ୍ଥିତ ଅଭିଯୋଗ ଶୁଣାଣି କ୍ୟାମ୍ପ କାର୍ୟ୍ୟାଳୟରେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କର ଅଭିଯୋଗ ପତ୍ର ଗ୍ରହଣ କରିବା ସହିତ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।

ପାଖାପାଖି ୨୫୦ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଅଭିଯୋଗ ପତ୍ର ଦେଇଥିଲେ। ମୁଖ୍ୟମନ୍ତ୍ରୀ ନିଜେ ପ୍ରତ୍ୟକ୍ଷଭାବେ ଏହା ଗ୍ରହଣ କରି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେବାକୁ ପଦାଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ। ଏହି ଅବସରରେ ସୁଭଦ୍ରା ଟଙ୍କା ପାଇନଥିବା ଆବେଦନକାରୀ କାଳି ପୂଜା ବେଳକୁ ଏହା ପାଇଯିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking