28.1 C
Bhubaneswar
Monday, February 23, 2026
Homeଓଡିଶାପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ

ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ

ବରଗଡ଼: ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ (ଏଲି)। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏଣେ ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ସେ। ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ ଗୋପାଳ ସାହୁ ବରଗଡ଼ ଧନୁଯାତ୍ରାର ସପ୍ତମ କଂସ ଭାବରେ ଅଭିନୟ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି।

ତାଙ୍କ ନାମ ଗୋପାଳ(ଶ୍ରୀକୃଷ୍ଣ) ହେଲେ ବି ତାଙ୍କୁ କଂସ ମହାରାଜ ଭାବରେ ସମସ୍ତେ ଜାଣୁଥିଲେ। ୧୯୮୪ ମସିହାରୁ ୨୦୦୮ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ସେ ୨୩ ଥର ଅଭିନୟ କରିବାର ସୁଯୋଗ ପାଇଥିଲେ। ପେଶାରେ ସେ ଜଣେ ପୁଲିସ ଅଧିକାରୀ ଥିଲେ। ହେଲେ ନିଶା ତାଙ୍କର ଅଭିନୟ। ତାଙ୍କ ଅଭିନୟ ଦେଖିବାକୁ ସେ ସମୟରେ କଂସ ଦରବାରରେ ବହୁ ଭିଡ଼ ଜମୁଥିଲା। ନଗର ପରିକ୍ରମା ସମୟରେ ହାତୀ ଉପରେ ବସି ବୁଲି ନିଜ ଉପସ୍ଥିତ ବାକଚାତୁରିରେ ଜରିମାନା ପକାଇ ସେ ଦର୍ଶକଙ୍କ ମନ କିଣୁଥିଲେ। ତାଙ୍କ ସମୟର ଅନେକ କଥା ଆଜି ବି କିମ୍ବଦନ୍ତୀ ହୋଇ ରହିଛି। ଗୋପାଳଙ୍କ ଅଭିନୟ ପାଇଁ ସେ ଅନେକ ନାମୀ ଅନୁଷ୍ଠାନରୁ ସମ୍ବର୍ଦ୍ଧିତ ହୋଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking