କାଲିଠୁ ୫ ଦିନ ବର୍ଷିବ! ବର୍ଷାକୁ ନେଇ ସଜାଗ ସରକାର

heavy rain

ଭୁବନେଶ୍ୱର: ୧୯ରେ ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୦ତାରିଖ ଭିତରେ ଏହା ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୫ ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସମ୍ଭାବ୍ୟ ବର୍ଷାକୁ ନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘୧୯ରୁ ୨୨ ଯାଏଁ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବଂଶଧାରା, ଋଷିକୂଲ୍ୟା ନଦୀ ଭଣ୍ଡାରରେ ଜଳସ୍ତର କମ୍ ରହିଛି । ୮୦ ଶତକଡାରୁ ୬୦ ରୁ ୭୦ ଶତକଡା ରଖାଯାଇଛି । ୮ଟି ଜିଲ୍ଲାରେ ନୋଡାଲ ଅଫିସର ନିଯୁକ୍ତ କରାଯାଇଛି । ନଦୀବନ୍ଧ ଦୁର୍ବଳ ସ୍ଥାନରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ଜଳସମ୍ପଦ ବିଭାଗ ସଜାଗ ରହିଛି, ଭୟଭୀତ ହେବାର ନାହିଁ ।’ ତେବେ ୧୯ ଅକ୍ଟୋବର ପାଇଁ ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୫ଟି ଜିଲ୍ଲା ମଧ୍ୟରେ ରହିଛି –ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି । ଏହା ସହ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here