31.1 C
Bhubaneswar
Monday, March 23, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ

ମୁଖ୍ୟମନ୍ତ୍ରୀଙ୍କୁ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରି ରାଜ୍ୟ ସରକାରଙ୍କ ପ୍ରଥମ ବର୍ଷର ସଫଳତା ଓ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଶ୍ରୀ କମ୍ଭମପାଟି କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନରେ ମୁଖ୍ୟମନ୍ତ୍ରୀ ରାଜ୍ୟ ପ୍ରଶାସନର ନେତୃତ୍ୱ ନେଇ ପ୍ରଥମ ବର୍ଷରେ ଅନେକ ଲୋକାଭିମୁଖୀ ଯୋଜନା ସଫଳତାର ସହ କାର୍ଯ୍ୟକାରୀ କରିଛନ୍ତି। ରାଜ୍ୟ ସରକାରଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ରାଜ୍ୟର ଅନେକ ବିକାଶମୂଳକ ଯୋଜନା ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟପାଳଙ୍କୁ ଓଡିଶା ଭିଜନ- ୨୦୩୬ ଓ ୨୦୪୭ ପ୍ରଦାନ କରିଥିଲେ ଏବଂ ସମୃଦ୍ଧ ଓଡିଶା ଗଠନ ପାଇଁ ସରକାରଙ୍କ ରୋଡମ୍ୟାପ ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking