29.1 C
Bhubaneswar
Thursday, October 1, 2026
Homeଓଡିଶାପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ

ଭୁବନେଶ୍ୱର: ଗୁରୁବାର ଦିନ ନୂଆଦିଲ୍ଲୀରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଭେଟି ରାଜ୍ୟର ବିକାଶ ସମ୍ବନ୍ଧୀୟ ବିଷୟ ଉପରେ ଆଲୋଚନା କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟପାଳ ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଏବଂ ସେଗୁଡ଼ିକର ଅଗ୍ରଗତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାସହ, ଓଡ଼ିଶା ଲୋକ ଭବନକୁ ନିକଟରେ ମିଳିଥିବା ‘ଆଇଜିବିସି (IGBC) ପ୍ଲାଟିନମ୍ ସାର୍ଟିଫିକେସନ୍’ ବିଷୟରେ ମଧ୍ୟ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଆଲୋଚନାରେ ରାଜ୍ୟର ବିକାଶ ଏବଂ ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ପ୍ରମୁଖ ଯୋଜନାଗୁଡ଼ିକର କାର୍ଯ୍ୟାନ୍ୱୟନ ସମ୍ବନ୍ଧୀୟ ପ୍ରସଙ୍ଗ ସ୍ଥାନ ପାଇଥିଲା। ସାକ୍ଷାତ ସମୟରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମାନ୍ୟବର ରାଜ୍ୟପାଳଙ୍କ ମଧ୍ୟରେ ସ୍ମାରକ ଆଦାନପ୍ରଦାନ ହୋଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking