28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗରାଜ୍ୟପାଳ‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ପରଲୋକ

ରାଜ୍ୟପାଳ‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ପରଲୋକ

ଭୁବନେଶ୍ବର : ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ପରଲୋକ ଘଟିଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଗତକାଲି ବିଳମ୍ବିତ ରାତିରେ ସୁଶୀଳା ଦେବୀଙ୍କ ପରଲୋକ ହୋଇଛି। ନଭେମ୍ବର ୧ ତାରିଖରେ କୋରୋନାରେ ଆକ୍ରାନ୍ତ ହୋଇ ସୁଶୀଳା ଦେବୀ ଚିକିତ୍ସାଧୀନ ଥିଲେ। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟପାଳ ଓ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking