34.1 C
Bhubaneswar
Wednesday, May 1, 2024
Homeଓଡିଶାଭୁବନେଶ୍ୱରର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଭୁବନେଶ୍ୱରର ୭୬ତମ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ତେବେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବଚ୍ଛ, ସବୁଜ, ସୁନ୍ଦର ରାଜଧାନୀ ଭୁବନେଶ୍ବର । ନିଜ ଐତିହ୍ୟ ଓ ଗରିମାକୁ ଅକ୍ଷୁଣ୍ଣ ରଖ୍ ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ଭୁବନେଶ୍ବର ବିଭିନ୍ନ କ୍ଷେତ୍ରରେ ନୂଆ ଇତିହାସ ଲେଖୁଛି । ରୂପାନ୍ତରଣର ସ୍ପର୍ଶରେ ବିକାଶର ନୂଆ ଶିଖର ଛୁଉଁଛି । ଆସନ୍ତୁ ଏହି ଧାରାକୁ ଅତୁଟ ରଖିବା, ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ପ୍ରକାଶ ଯେ ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ। ୭୬ ବର୍ଷରେ ପାଦ ଥାପିଛି ରାଜଧାନୀ। ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଏ ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ। ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ। ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି। ଏ ୭୬ ବର୍ଷ ମଧ୍ୟରେ ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ବର, ଏବେ ଅତ୍ୟାଧୁନିକ ସ୍ବାସ୍ଥ୍ୟସେବା, ଶିକ୍ଷା ଏବଂ ଗୋଟର୍ସର ହବ୍ ଭାବେ ବି ବେଶ ପରିଚିତ । ରୋଜଗାର ପାଇଁ ଅନେକ ଲୋକ ଭୁବନେଶ୍ୱରକୁ ବି ବାଛିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking