ଭୁବନେଶ୍ୱର: ବିଧାନସଭା ପରିସରରେ ଜର୍ଜ ତିର୍କିଙ୍କୁ ଦିଆଗଲା ଗାର୍ଡ ଅଫ ଅନର । ଜର୍ଜ ତିର୍କିଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ବିଧାନସଭାର ଉପସ୍ଥିତ ସମସ୍ତ ସଦସ୍ୟ ଶେଷ ଦର୍ଶନ କଲେ । ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଶୁକ୍ରବାର ମଧ୍ୟରାତ୍ରରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ପ୍ରାୟ ୩ ମାସ ହେଲା ସେ ଗୁରୁତର ଅସୁସ୍ଥ ଥିଲେ ଶୁକ୍ରବାର ଅପରାହ୍ନଣରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ସ୍ବାସ୍ଥ୍ୟାବସ୍ଥା ଅଧିକ ସଙ୍କଟାପନ୍ନ ହେବାକୁ ତାଙ୍କୁ ଭୁବନେଶ୍ୱର ଅଣାଯାଇଥିଲା ।ଆଜି ତାଙ୍କ ନିଜ ଗାଁ ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଝୁନମୁର ଠାରେ ଶେଷକୃତ୍ୟୁ ସମ୍ପନ୍ନ ହେବ। ବୀରମିତ୍ରପୁର ନିର୍ବାଚନମଣ୍ଡଳୀରୁ ସେ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚରୁ ୨ ଥର, ସ୍ବାଧୀନ ଭାବେ ଥରେ ଓ ସମତାକ୍ରାନ୍ତି ଦଳରୁ ଥରେ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।










