31.1 C
Bhubaneswar
Tuesday, May 28, 2024
Homeଓଡିଶାସହିଦ ଦେବାଶିଷ ବିଶ୍ବାଳଙ୍କୁ ଭୁବନେଶ୍ବର ବିମାନବନ୍ଦରରେ ଗାର୍ଡ ଅଫ୍ ଅନର୍ ପ୍ରଦାନ

ସହିଦ ଦେବାଶିଷ ବିଶ୍ବାଳଙ୍କୁ ଭୁବନେଶ୍ବର ବିମାନବନ୍ଦରରେ ଗାର୍ଡ ଅଫ୍ ଅନର୍ ପ୍ରଦାନ

ଭୁବନେଶ୍ବର : ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ସହିଦ ଦେବାଶିଷ ବିଶ୍ବାଳଙ୍କ ପାର୍ଥିବ ଶରୀର ଆଜି ସକାଳେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛି। ଏହାପରେ ସେଠାରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି। ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାଛଡ଼ା ସେଠାରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡାକ୍ତର ସମ୍ବିତ ପାତ୍ରଙ୍କ ସମେତ ବହୁ ରାଜନେତା ମଧ୍ୟ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଭୁବନେଶ୍ବର ବିମାନବନ୍ଦରରେ ସହିଦ ଦେବାଶି‌ଷଙ୍କ ପତ୍ନୀ ସୁଶ୍ରୀ ସଙ୍ଗୀତା ମଧ୍ୟ ଉପସ୍ଥିତ ଥଲେ। ଏବେ ତାଙ୍କ ପାର୍ଥିବ ଶରୀରକୁ ଜନ୍ମମାଟି ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ୍ ଅଳୁଗୁମ ପଞ୍ଚାୟତ ଖଣ୍ଡାୟତସାହିକୁ ନିଆଯାଉଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking