35.1 C
Bhubaneswar
Tuesday, April 23, 2024
Homeଓଡିଶାହସ୍ପିଟାଲ ପାଇଁ ଗାଇଡଲାଇନ ଜାରି

ହସ୍ପିଟାଲ ପାଇଁ ଗାଇଡଲାଇନ ଜାରି

ଭୁବନଶ୍ୱର: କରୋନା ସଂକ୍ରମଣ ବଢୁଥିବାରୁ ହସ୍ପିଟାଲ ପାଇଁ ଗାଇଡଲାଇନ ଜାରି ହୋଇଛି । ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ସରକାର ଗାଇଡଲାଇନ ଜାରି କରିଛନ୍ତି । ମେଡିକାଲ ଯେମିତି ହଟସ୍ପଟ ନପାଲଟିବ, ସେଥିପାଇଁ କଡା ତାଗିଦ କରାଯାଇଛି । ପ୍ରତ୍ୟେକ ହସ୍ପିଟାଲ ଅଲଗା ଜ୍ୱର ଓ ଆଇସୋଲସେନ ଜୋନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ହସ୍ପିଟାଲ ଆସୁଥିବା ସବୁ ଲୋକଙ୍କ ସ୍କ୍ରିନିଂ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ପର୍ଯ୍ୟାପ୍ତ ମାତ୍ରାରେ ହାତଧୁଆ ବ୍ୟବସ୍ଥା ଓ ସାନିଟାଇଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ହସ୍ପିଟାଲର କୌଣସି ସେକ୍ସନରୁ ପଜିଟିଭ ବାହାରିଲେ ତୁରନ୍ତ ବନ୍ଦ କରାଯିବ । ପରେ ଉକ୍ତ ସେକ୍ସନର ଅନ୍ୟ ରୋଗୀଙ୍କୁ ଅନ୍ୟତ୍ର ନିଆଯିବ । ରୁମ ଖାଲି କରାଯିବ । ରୁମ ସାନିଟାଇଜ କରାଯାଇ ୨୪ ଘଣ୍ଟା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking