ଭୁବନେଶ୍ୱର: ପ୍ରାଥମିକ ସ୍କୁଲ ଖୋଲିବା ନେଇ ଗାଇଡଲାଇନ ଜାରି କରିଛି ଗଣଶିକ୍ଷା ବିଭାଗ । ସ୍କୁଲ ଖୋଲିଲେ ବି ଅନଲାଇନ କ୍ଲାସ ଚାଲୁ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁ ପିଲାମାନେ ଅନଲାଇନ କ୍ଲାସ କରିବାକୁ ଚାହିଁବେ, କରିପାରିବେ । ସ୍କୁଲ ଖୋଲିବା ପୂର୍ବରୁ ଶିକ୍ଷାଧିକାରୀମାନେ ପରିଦର୍ଶନ କରି ସ୍ୱଚ୍ଛତା ପରଖିବେ । କଣ୍ଟେନମେଣ୍ଟ ଜୋନ ବାହାର ପିଲାଙ୍କୁ ସ୍କୁଲକୁ ଆସିବାକୁ ଅନୁମତି ମିଳିବ । ସ୍କୁଲରେ ହାତ ଧୋଇବାକୁ ବ୍ୟବସ୍ଥା ସହ ଡିଜିଟାଲ ଥର୍ମୋମିଟର ରଖାଯିବ । କୌଣସି ପିଲାଙ୍କୁ ସ୍କୁଲ ଆସିବାକୁ ବାଧ୍ୟ କରାଯିବନି, ନିଜ ଇଚ୍ଛାରେ ଆସିବେ ।
ସୂଚନାଯୋଗ୍ୟ , ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୬ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୬ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୮୩ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୫ ଜଣ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ, ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୪ ହଜାର ୧୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୪ ହଜାର ୦୯୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୫୫୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।