ଯାଜପୁର: ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।ସୂଚନା ଅନୁସାରେ, ସୋମବାର ରାତିରେ ଯାଜପୁର ସହରର କାଳିମେଘା ନିକଟରେ ଯୁବକଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା । ତେବେ ଗୁଳିମାଡ଼ରେ ଯୁବକଜଣଙ୍କ ଗୁରୁତର ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସିତ ଅବସ୍ଥାରେ କଟକରେ ତାଙ୍କର ମୃତ୍ୟୁ ହୋଇଛି । ମୃତ ଯୁବକଜଣକ କୁଆଁସରପୁର ଅଂଚଳର ସୋମ୍ୟ ରଞ୍ଜନ ସାମଲ ବୋଲି ଜଣାପଡ଼ିଛି ।
ଅଭିଯୁକ୍ତ ଗୁଳି ମାଡ଼ କରି ଫେରାର ହୋଇଯାଇଥିବା ବେଳେ ଗୁରୁତର ସୋମ୍ୟ ରଞ୍ଜନ ସାମଲଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଲୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ କଟକ ଏସସିବି ମେଡ଼ିକାଲକୁ ସ୍ଥାନନ୍ତରିତ କରାଯାଇଥିଲା । ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏବଂ କିଏ ଏହି ଗୁଳିକାଣ୍ଡ କରିଛି ତାହା ମଧ୍ୟ୍ୟ ଜଣାପଡି ନାହିଁ । ଯାଜପୁର ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ ଦ୍ୱାରା ତଦନ୍ତ ଆରମ୍ଭ ହୋଇଛି । ପାରିପାର୍ଶ୍ବିକ ସ୍ଥିତିକୁ ଦୃଷ୍ଟିରେ ରଖି ଯାଜପୁର ପୋଲିସ ଯାଞ୍ଚ ଆରମ୍ଭ କରିଛି ।










