22.1 C
Bhubaneswar
Monday, February 10, 2025
Homeଓଡିଶାବିଜେଡିର ୯ଜଣ ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ବିଜେଡିର ୯ଜଣ ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର: ସବୁବେଳେ ରାଜ୍ୟବାସୀଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେଇଛି ବିଜେଡି । ସଂସଦର ଆଗାମୀ ବଜେଟ ଅଧିବେଶନରେ ମଧ୍ୟ ସାଢେ ଚାରି କୋଟି ଓଡ଼ିଆଙ୍କର ସ୍ୱର ସାଜିବ ବିଜୁ ଜନତା ଦଳ । ରାଜ୍ୟସଭା ସାଂସଦଙ୍କ ସହ ବୈଠକ କରି ସମସ୍ତଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ବଜେଟ ଅଧିବେଶନ ପୂର୍ବରୁ ନବୀନ ନିବାସରେ ଆୟୋଜିତ ବୈଠକରେ ଦଳର ନଅ ରାଜ୍ୟସଭା ସାଂସଦ ଯୋଗ ଦେଇଥିଲେ । ଏହି ଅବସରରେ ସମସ୍ତ ସାଂସଦଙ୍କ ଅନୁରୋଧ କ୍ରମେ ନବୀନ ପଟ୍ଟନାୟକଙ୍କୁ ଦଳର ରାଜ୍ୟସଭା ସଂସଦୀୟ ଦଳ ଅଧ୍ୟକ୍ଷ ଭାବେ ନିର୍ବାଚିତ କରାଯାଇଛି।

ବୈଠକରେ ସଂସଦରେ ଦଳର ରଣନୀତି ସମ୍ପର୍କରେ ଆଲୋଚନା କରାଯାଇଥିଲା । ରାଜ୍ୟବାସୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଲଢେଇ କରିବାକୁ ନବୀନ ସମସ୍ତଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି । ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା, ଆଦିବାସୀ କଲ୍ୟ।।ଣ, ମହିଳା ସଶକ୍ତିକରଣ, ଚାଷୀଙ୍କ ଉନ୍ନତି ପାଇଁ ଦଳ ଲଢେଇ କରିବ । ଅବହେଳିତ ଜାତୀୟ ରାଜପଥ, କୋଇଲା ରୟାଲଟି ବୃଦ୍ଧି, ମହିଳା ସଂରକ୍ଷଣ ବିଲ ଲାଗୁ ପ୍ରସଙ୍ଗ ମଧ୍ୟ ଗୃହରେ ଉଠାଇବ ଦଳ । ସବୁ ପ୍ରସଙ୍ଗରେ ସୁଦୃଢ ବିରୋଧୀ ଦଳ ଭାବରେ ବିଜେଡି ସଂସଦରେ ସବୁ ପ୍ରସଙ୍ଗକୁ ଉପସ୍ଥାପନ କରିବ । ଓଡ଼ିଶାର ସର୍ବାଙ୍ଗୀନ ବିକାଶ ଓ ଯୁକ୍ତିଯୁକ୍ତ ଦାବିକୁ ଉପସ୍ଥାପନ କରାଯିବ ବୋଲି ସାଂସଦଙ୍କୁ ନବୀନ ପରାମର୍ଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking