19.1 C
Bhubaneswar
Sunday, January 11, 2026
Homeଓଡିଶାଓଡିଶା, ଓଡ଼ିଆ ଆଉ ଓଡିଶୀର ଅଭୂତପୂର୍ବ ସଙ୍ଗମ ହେଉଛନ୍ତି ଗୁରୁଶ୍ରୀ କେଳୁଚରଣ: ମୁଖ୍ୟମନ୍ତ୍ରୀ

ଓଡିଶା, ଓଡ଼ିଆ ଆଉ ଓଡିଶୀର ଅଭୂତପୂର୍ବ ସଙ୍ଗମ ହେଉଛନ୍ତି ଗୁରୁଶ୍ରୀ କେଳୁଚରଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପଦ୍ମ ବିଭୂଷଣ ଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଠାରେ ପାଳନ କରାଯାଇଛି ।ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଓଡ଼ିଶୀ ଗବେଷଣା କେନ୍ଦ୍ର ସ୍ଥିତ ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ସମେତ ପଦ୍ମଶ୍ରୀ ସଂଯୁକ୍ତା ପାଣିଗ୍ରାହୀ ଓ ପଣ୍ଡିତ ଭୁବନେଶ୍ୱର ମିଶ୍ରଙ୍କ ପ୍ରତିମୂର୍ତ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ଏହାପରେ ମୁଖ୍ୟମନ୍ତ୍ରୀ ଆୟୋଜିତ କେଳୁଚରଣ କୀର୍ତ୍ତି ଶତକମ୍ ନାମରେ ଆୟୋଜିତ ତିନିଦିନିଆ ଚିତ୍ରକଳା ଓ ଫଟୋଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।ଏହି ଅବସରରେ ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କେଳୁଚରଣ ମହାପାତ୍ରଙ୍କୁ ଓଡିଶା, ଓଡ଼ିଆ ଆଉ ଓଡିଶୀର ଅଭୂତପୂର୍ବ ସଙ୍ଗମ ବୋଲି କହିଥିଲେ । ଗୁରୁ କେଳୁଚରଣ ମହାପାତ୍ର କେବଳ ଜଣେ ମହାନ ନୃତ୍ୟଶିଳ୍ପୀ ନୁହେଁ, ସେ ଥିଲେ ଓଡ଼ିଶୀ ନୃତ୍ୟର ଆତ୍ମା। ଯେତେବେଳେ ଓଡିଶୀ ନୃତ୍ୟ ଅବହେଳାର ଅନ୍ଧକାରରେ ଆବୃତ ଥିଲା, ସେତେବେଳେ ଗୁରୁଜୀ ତାଙ୍କର ଅସୀମ ସାଧନା, ଅତୁଟ ଆସ୍ଥା ଓ ଅଦମ୍ୟ ପରିଶ୍ରମରେ ଏହି ନୃତ୍ୟକଳାକୁ ପୁନର୍ଜୀବନ ଦେଇଥିଲେ । ଶ୍ରୀଜଗନ୍ନାଥ ସଂସ୍କୃତି, ମାହାରୀ ପରମ୍ପରା, ଶାସ୍ତ୍ରୀୟ ଓ ଲୋକକଳା, ସମସ୍ତଙ୍କ ସମନ୍ୱୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ନୃତ୍ୟକୁ ଏକ ଅଦ୍ଭୁତ ଶାସ୍ତ୍ରୀୟ ଆକୃତି ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ସଂସ୍କୃତି ବିଭାଗ ସଚିବ ଡ଼ ବିଜୟ କେତନ ଉପାଧ୍ୟାୟ, ଲଳିତକଳା ଏକାଡେମୀର ଅଧ୍ୟକ୍ଷ ଡକ୍ଟର ଚନ୍ଦ୍ରଶେଖର ହୋତା, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦେବପ୍ରସାଦ ଦାଶ ଏବଂ ବରିଷ୍ଠ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ଓ କଳାକାର ମାନେ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking