ରାୟଗଡା: ଗଛରେ ଝୁଲନ୍ତା ଅବସ୍ଥାରେ ନବ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଅନ୍ଧିରାକାଞ୍ଚ ଥାନା ପାଇକ କୁପାଖାଲ ଗାଁରେ ଅଭାବନୀୟ ଘଟଣା ଘଟିଛି । ଘର ନିକଟ ଗଛରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ଦେଢ ମାସ ତଳେ ବିବାହକରିଥିଲେ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।










