ସୁବର୍ଣ୍ଣପୁର: ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଗୁଲୁଣ୍ଡା ସିଲାଟି ରାସ୍ତାରେ ଏକ ବରଗଛ ଡାଳରେ ଯୁବକ ଯୁବତୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ମିଳିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସନ୍ଦେହରେ । ଗଛ ମୂଳରେ ଗୋଟିଏ ବ୍ୟାଗ ଓ ଯୁବକ ଯୁବତୀଙ୍କ ଚପଲ ପଡିଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଉଭୟଙ୍କ ପରିଚୟ ମିଳିନଥିବା ବେଳ ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହେବ । ସ୍ଥାନୀୟ ଲୋକେ ପ୍ରଥମେ ଏହାକୁ ଦେଖିବା ପରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।










