31.1 C
Bhubaneswar
Tuesday, July 2, 2024
Homeଅପରାଧପୂର୍ବ ଶତ୍ରୁତାରୁ ଗଡିଲା ମୁଣ୍ଡ

ପୂର୍ବ ଶତ୍ରୁତାରୁ ଗଡିଲା ମୁଣ୍ଡ

ବାଲିପାଟଣା: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ଚିକିତ୍ସାଧିନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲ୍ଲା ତଥା ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅଞ୍ଚଳରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବା ବେଳେ ବାଲିପାଟଣା ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତି ସନ୍ଦେହରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରିଛି ପୋଲିସ । ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇନଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ କରାଯାଇଥିବା ନେଇ ଜଣାପଡିଛି ।

ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ତଥା ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ ବନମାଳୀପୁର ନୂଆସାହି ନିକଟ ମହଲା ସାହିର ଅକ୍ଷୟ ମାଝୀଙ୍କୁ ଗତକାଲି ରାତିରେ ଦୁର୍ବୃତ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିଲା । ଦୁର୍ବୃତ୍ତମାନେ ତାଙ୍କୁ ବିଭିନ୍ନ ମାରଣାସ୍ତ୍ର ସାହାଯ୍ୟରେ ମରଣାନ୍ତକ ଆକ୍ରମଣ କରିବା ପରେ ତାଙ୍କୁ ମୃତ ଭାବି ଏକ ନିଛାଟିଆ ସ୍ଥାନରେ ଫିଙ୍ଗି ଚାଲିଯାଇଥିଲେ ।

କିଛି ସ୍ଥାନୀୟ ଲୋକେ ରକ୍ତାକ୍ତ ଅବସ୍ଥାରେ ଜଣେ ଯୁବକ ପଡିଥିବାର ଦେଖି ତାଙ୍କୁ ଉଦ୍ଧାର କରି ପ୍ରଥମେ ବାଲିପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରେ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲକୁ ନେଇଥିଲେ । ତେବେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଆଜି (ସୋମବାର) ତାଙ୍କର ମୃତ୍ୟୁ ହୋଇଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତାଙ୍କର ମୁଣ୍ଡ, ହାତ, ଗୋଡ଼ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିବା ନେଇ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking