ସୁନ୍ଦରଗଡ : ଘାଟିରେ ଦୁଇ ପିକଅପ୍ ମୁହାଁମୁହିଁ ଧକ୍କା । ଦୁଇ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ହୋଇଛନ୍ତି । ଲେଫ୍ରିପଡ଼ା ଥାନା ଅଞ୍ଚଳରେ ମଙ୍ଗଳବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ବଏଲେମା ଘାଟିରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ପିକଅପ୍ ଭ୍ୟାନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ହୋଇଛି । ଗାଡ଼ିରେ ଥିବା ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି ।ରାତିରେ ବଏଲେମା ଘାଟି ଦେଇ ଦୁଇଟି ପିକଅପ୍ ଯାଉଥିବା ସମୟରେ କୌଣସି କାରଣରୁ ଉଭୟ ଗାଡ଼ି ମଧ୍ୟରେ ଜୋରଦାର ଧକ୍କା ହୋଇଥିଲା । ଦୁର୍ଘଟଣା ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲକୁ ପଠାଇଛି । ମୃତକଙ୍କ ପରିଚୟ ମିଳିପାରି ନାହିଁ । ପୋଲିସ ଘଟଣର ତଦନ୍ତ ଜାରି ରଖିଛି ।










