କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମର୍ଶାଘାଇ ଅନ୍ତର୍ଗତ କୁଦାନଗରୀ ଥାନା ମହାରକୁଳ ନିକଟ ଲୁଣା ନଦୀ ବନ୍ଧରୁ ଜଣେ ଅଜଣା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି । ମୃତଦେହଟି ନଦୀ ବନ୍ଧ କଡରେ ପଡିଥିବା ଦେଖି ସ୍ଥାନୀୟ ଅଞ୍ଚଳରେ ଭୟ ଓ ଚାଞ୍ଚଲ୍ୟ ଖେଳିଯାଇଛି । ମହିଳାଙ୍କ ଶରୀରରୁ ମୁଣ୍ଡ ଅଲଗା ହୋଇଯାଇଥିବାରୁ ଏହା ଏକ ପ୍ରକାର ଜଘନ୍ୟ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି । ପୋଲିସ ପହଞ୍ଚିବା ପରେ ମୃତଦହର ପରିଚୟ ଏବଂ ପ୍ରକୃତ କାରଣ ସମ୍ପର୍କରେ ଅଧିକ ତଥ୍ୟ ଜଣାପଡିବ ବୋଲି ଆଶା କରାଯାଉଛି ।










