26.1 C
Bhubaneswar
Friday, March 29, 2024
Homeଓଡିଶାସଂକ୍ରମଣ ସ୍ଥିତି ନେଇ ଏମିତି କହିଲେ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ସଂକ୍ରମଣ ସ୍ଥିତି ନେଇ ଏମିତି କହିଲେ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । କୋଭିଡର ଅନ୍ତ ନାହିଁ ଏହା ଏମିତି ରହିଥିବା । ଭାଇରସ୍ ର ଗୋଟିଏ ପରେ ଗୋଟିଏ ଭାରିଆଣ୍ଟ ଆସିବ । ଆଲଫା ପରେ ଡେଲଟା ଓ ତାର ସବ୍ ଭାରିଆଣ୍ଟ ଆସିଲା ତାପରେ ଓମିକ୍ରନ୍ ଏବଂ ତାର ସବ୍ ଭାରିଆଣ୍ଟ ଆସିଛି । ଏମିତି ବି ଏବେ ହୋଇଥିବ ଅନେକ ନୂଆ ଭାରିଆଣ୍ଟ ଥିବ ଆମେ ଜାଣି ନଥିବା । ଓମିକ୍ରନର ପ୍ରଭାବ କମିଗଲେ ହୁଏତ ନୂଆ ଭାରିଆଣ୍ଟ ଆସିପାରେ । ବର୍ତ୍ତମାନ ବି କୋଭିଡ୍ ଉପରେ ଗବେଷଣା ଚାଲିଛି ବୋଲି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି । ଯେବେ ପାଣ୍ଡେମିକ୍ ବା କୌଣସି ଭାରିଆଣ୍ଟ ଖସେ ତାହା ତଳ ଉପର ହୋଇଥାଏ । ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ତଳ ଉପର ହେବାରେ ଲାଗିଛି । ମାତ୍ର ଏଥିପାଇଁ ଆତଙ୍କିତ ହେବାର ଆବଶ୍ୟକତା ନାହିଁ ବୋଲି ବିଜୟ ମହାପାତ୍ର କହିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ।

ସୂଚନାଯୋଗ୍ୟ , ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି । ଆଜି ୭୪୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୩୦୬ ଓ ସ୍ଥାନୀୟ ଅଞ୍ଚଳରୁ ୩୧୨୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୬୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨୫ ହଜାର ୨୬୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୪୨ ହଜାର ୧୬୧ ରହିଥିବା ବେଳେ ୭୪ ହଜାର ୫୧୨ ଜଣ ଚିକିତ୍ସିତ ହେଉଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ଅନୁଗୁଳ ଓ କନ୍ଧମାଳରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking