27.1 C
Bhubaneswar
Thursday, May 8, 2025
Homeଓଡିଶାସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବାପାଙ୍କୁ ମିଳିଲା ଆୟୁଷ୍ମାନ କାର୍ଡ

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବାପାଙ୍କୁ ମିଳିଲା ଆୟୁଷ୍ମାନ କାର୍ଡ

ଭୁବନେଶ୍ୱର: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହ ରାଜ୍ୟରେ ଲାଗୁ ହୋଇଛି ଆୟୁଷ୍ମାନ ବୟୋ ବନ୍ଦନ ଯୋଜନା । ଏହି ଯୋଜନା ଅଧିନରେ ୭୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କ ମାଗଣା ସ୍ୱାସ୍ଥ୍ୟବୀମା ଯୋଗାଇ ଦିଆଯାଇଛି । ଏହି କ୍ରମରେ ସ୍ୱାସ୍ଥ୍ର୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବାପା ମୀନକେତନ ମହାଲିଙ୍ଗଙ୍କୁ ମିଳିଛି ଏହି ସ୍ୱାସ୍ଥ୍ୟବୀମା ଯୋଜନାର କାର୍ଡ । ମୀନକେତନ ମହାଲିଙ୍ଗ ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ । ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହାସହ ୭୦ ବର୍ଷରୁ ଅଧିକ ବୟସ୍କ ଯୋଗ୍ୟ ହିତାଧିକାରୀ ଏହି ଯୋଜନାର ଲାଭ ଉଠାଇବାକୁ କାର୍ଡ ଡାଉନଲୋଡ କରନ୍ତୁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking