43 C
Bhubaneswar
Tuesday, April 16, 2024
Homeଓଡିଶାସମ ହସ୍ପିଟାଲର ହୃଦରୋଗ ବିଭାଗ ଟିମ୍ ଦ୍ୱାରା ବିରଳ ଅସ୍ତ୍ରୋପଚାର

ସମ ହସ୍ପିଟାଲର ହୃଦରୋଗ ବିଭାଗ ଟିମ୍ ଦ୍ୱାରା ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ଜନ୍ମ ସମୟରୁ ଜୀବନ ସୃଷ୍ଟିକାରୀ ହୃଦରୋଗ ଥିବା ଜଣେ ୨୫ ବର୍ଷ ଯୁବକଙ୍କର ଶରୀରରେ
ସଫଳତାର ସହ ବିରଳ ଅସ୍ତ୍ରୋପଚାର କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ
ଆଣ୍ଡ ସମ୍ ହସପିଟାଲର ହୃଦରୋଗ ବିଭାଗର ସର୍ଜନ ।
ସାରଦା ପ୍ରସନ୍ନ ପାତ୍ର ନାମକ ଯୁବକ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ଓ କୌଣସି କାମ କରିବାକୁ ସକ୍ଷମ
ହୋଇପାରୁନଥିବା ବେଳେ ତାଙ୍କୁ ବିଭିନ୍ନ ପରୀକ୍ଷା ନିମନ୍ତେ ସମ୍ ହସ୍ପିଟାଲରେ ଭର୍ତି କରାଯାଇ ଥିଲା । ପରୀକ୍ଷା ଦ୍ୱାରା ଦୁଇ
ହୃଦଯନ୍ତ୍ରର ମଝିରେ ଥିବା ନିଳୟରେ ଏକ ବଡ ଛିଦ୍ର ରହିଥିବା ଦେଖିବାକୁ ମିଳିଥିଲା । ଏହା ବ୍ୟତିତ ଫୁସଫୁସକୁ ଯାଇଥିବା
ଧମନୀ ସମ୍ପୂର୍ଣ ବନ୍ଦ ହୋଇଯାଇଥିଲା ।
ଏହି ଛିଦ୍ର ଦ୍ୱାରା ଶରୀରର ବିଶୂଦ୍ଧ ରକ୍ତ ଓ ଦୂଷିତ ରକ୍ତ ମିଶି ଯାଉଥିଲା ଏବଂ ଅମ୍ଳଜାନ ସ୍ତର ୭୦ ପ୍ରତିଶତ ରହୁଥିଲା ।
ସେହିପରି ଧମନୀର ଆକାର ମଧ୍ୟ ଖୁବ୍ କମ୍ ଥିଲା ବୋଲି ସିଟିଭିଏସ ବିଭାଗର ସିନିୟର କନସଲଟାଂଟ ଡ. ସଂଗ୍ରାମ କେଶରୀ
ବେହେରା କହିଛନ୍ତି । ଏହିଭଳି ଅବସ୍ଥାକୁ ଡାକ୍ତରୀ ଶବ୍ଦରେ ଟେଟ୍ରାଲୋଜି ଅଫ ଫାଲଟ ବୋଲି କୁହାଯାଏ ଯାହାକି ଏକ ଜନ୍ମଗତ
ତ୍ରୁଟି ବୋଲି ସେ କହିଛନ୍ତି ।
ସମ୍ପୃକ୍ତ ରୋଗୀ ଜଣକ ପ୍ରଥମେ କାର୍ଡିଓଲୋଜି ବିଭାଗର କନସଲଟାଂଟ ଡ. ଦିବ୍ୟରଞ୍ଜନ ବେହେରାଙ୍କ ପାଖରେ
ଚିକିତ୍ସିତ ହୋଇଥିବା ବେଳେ ସେ ସର୍ଜରୀ ନିମନ୍ତେ କାଥଲାବରେ କଏଲ ଇନବୋଲିଜାଇସନ କରିଥିଲେ । କାର୍ଡିଆକ
ଆନାସ୍ଥେସିସ ଡ. ସୁକାନ୍ତ କୁମାର ଭୋଇ ଏହି ସର୍ଜରୀରେ ଏକ ପ୍ରମୂଖ ଭୂମିକା ଗ୍ରହଣ କରିଥିଲେ ।
ଡ. ସଂଗ୍ରାମ କେଶରୀ ବେହେରା କହିଛନ୍ତି ଯେ ସର୍ଜରୀ ହେବା ପୂର୍ବରୁ ରୋଗୀଙ୍କୁ ହାର୍ଟ-ଲଙ୍ଗ ମେସିନରେ
ରଖାଯାଇଥିଲା । ପ୍ରଥମେ ତାଙ୍କର ଭେଂଟ୍ରିକୁଲାର ସେପ୍ଟାଲ ଡିଫେକ୍ଟକୁ ବନ୍ଦ କରାଯାଇଥିଲା, ଦକ୍ଷିଣ ପଟର ଭେଂଟ୍ରିକୁଲାର
ଆଉଟଫ୍ଲୋ ଟ୍ରାକକୁ ବଡ କରାଯାଇ ଏକ ଟ୍ରାଂସଆନୁଲାର ପ୍ୟାଚ ଲଗାଯାଇଥିଲା । ଏହାଛଡା ଏକ ଭଲ୍‌ଭ ମଧ୍ୟ ଲଗାଯାଇଥିଲା ।
ରୋଗୀ ଏବେ ସୁସ୍ଥ ହେବା ପରେ ମଙ୍ଗଳବାର ତାଙ୍କୁ ଡିସଚାର୍ଜ କରାଯାଇଛି ବୋଲି ଡାକ୍ତର ବେହେରା କହିଛନ୍ତି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking