36.1 C
Bhubaneswar
Thursday, April 16, 2026
Homeଓଡିଶାଗ୍ରୀଷ୍ମ ପ୍ରବାହ: ପଶ୍ଚିମ ଓଡ଼ିଶାରେ ୪୫ ଡିଗ୍ରୀ !

ଗ୍ରୀଷ୍ମ ପ୍ରବାହ: ପଶ୍ଚିମ ଓଡ଼ିଶାରେ ୪୫ ଡିଗ୍ରୀ !

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ତାତି ୪୫ ଡିଗ୍ରୀ ଛୁଇଁପାରେ । ଟିଟିଲାଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର ଓ ଝାରସୁଗୁଡ଼ାରେ ତାପମାତ୍ରା ବଢ଼ି ୪୫ ଡିଗ୍ରୀରେ ପହଞ୍ଚିପାରେ । ବରଗଡ଼, ରାଉରକେଲା, ଅନୁଗୁଳ, ଭବାନୀପାଟଣା ଓ ବୌଦ୍ଧରେ ବି ୪୩ ଡିଗ୍ରୀ ଛୁଇଁବ । ଆଭ୍ୟନ୍ତରୀଣ ଓଡ଼ିଶାରେ ବି ଅସମ୍ଭାଳ ତାତି ହେବ । ପାଣିପାଗ ବିଭାଗ ଆସନ୍ତା ୧୯ ତାରିଖ ଯାଏ ତାତିକୁ ନେଇ ଏଭଳି ଆକଳନ କରିଛି ।୧୬ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଓ ଗୁଳୁଗୁଳି ହୋଇପାରେ । ତେବେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଆଶଙ୍କା ଅଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୭ ତାରିଖରେ ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁରରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking