30.1 C
Bhubaneswar
Friday, April 26, 2024
Homeଓଡିଶା୨୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

୨୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ବର୍ତମାନ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ୨୪ ଘଣ୍ଟାରେ ତାପମାତ୍ରା ୪ ଡିଗ୍ରୀ ବୃଦ୍ଧି ପାଇବାର ଆଶଙ୍କା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଗ୍ରୀଷ୍ମପ୍ରବାହ ନେଇ ୨୧ ଜିଲ୍ଲାକୁ ଅରେଜ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ମଧ୍ୟରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୁରଭଂଜ, ଦେବଗଡ, ବରଗଡ, ଅନୁଗୁଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲା ସାମିଲ ରହିଛି । ଏହିସବୁ ଜିଲ୍ଲାକୁ ୨ ତାରିଖ ସକାଳ ୮ଟା ୩୦ ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ରୋଗାକ୍ରାନ୍ତ, ବୃଦ୍ଧ ଓ ଶିଶୁଙ୍କ ପ୍ରତି ବିଶେଷ ସତର୍କ ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି । ତେବେ ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ରହିଛି । ଏବେଠୁ ଏତେମାତ୍ରାରେ ଖରା ହେଲାଣି ଯେ ସକାଳ ସାଢେ ଦଶଟା ବେଳକୁ ବାହାରକୁ ବାହାରିବା କଷ୍ଟ ହୋଇପଡୁଛି । ତତଲା ଡହ ଡହ ପବନ ଅସ୍ତବ୍ୟସ୍ତ କରିଦେଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking