ଭୁବନେଶ୍ବର: ଆସନ୍ତା ତିନି ଦିନ ପାଇଁ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ୪୦ ଡିଗ୍ରି ଡେଇଁଯିବ। ୯ ତାରିଖ ବେଳକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼, ଦେବଗଡ଼, ନୟାଗଡ଼, ଅନୁଗୁଳ ସହରର ତାପମାତ୍ରା ୪୧ ଡିଗ୍ରିରେ ପହଞ୍ଚିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।