32.1 C
Bhubaneswar
Friday, May 1, 2026
Homeଓଡିଶାଆଜି ୮ ଜିଲ୍ଲାରେ ପ୍ରବଳ କୁଆପଥର ବର୍ଷା ସମ୍ଭାବନା

ଆଜି ୮ ଜିଲ୍ଲାରେ ପ୍ରବଳ କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର : କମିଛି ତାତି ଆହୁରି କମିବ । କାଳବୈଶାଖୀ ପ୍ରଭାବରେ ଆସନ୍ତା ଦୁଇ ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ତାପମାତ୍ରା । କାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଛି । ଯାହା ଫଳରେ ପ୍ରଚଣ୍ଡ ତାତିରୁ ଆଶ୍ବସ୍ତି ପାଇଛନ୍ତି ଲୋକେ । ଆଜି ପୁଣି କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବିଜୁଳି ଘଡ଼ଘଡ଼ି ସହ ପ୍ରବଳ କୁଆପଥର ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନାଗିର ଏବଂ ନବରଙ୍ଗପୁର ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହା ସହ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ସେହିପରି ଆଜି କାଳବୈଶାଖୀ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ଉପକୂଳ ଓଡ଼ିଶା ସହ, ଦକ୍ଷିଣ, ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୫ ତାରିଖ ଦିନ ପୁରା ରାଜ୍ୟରେ ବର୍ଷା ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଚେତାବନୀ ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking