29.1 C
Bhubaneswar
Monday, August 31, 2026
Homeଓଡିଶାପ୍ରବଳ ବର୍ଷା: ଏହି ଜିଲ୍ଲାରେ ସବୁ ସ୍କୁଲ ବନ୍ଦ

ପ୍ରବଳ ବର୍ଷା: ଏହି ଜିଲ୍ଲାରେ ସବୁ ସ୍କୁଲ ବନ୍ଦ

ବରଗଡ଼: ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। ସମ୍ଭାବ୍ୟ ବର୍ଷା ଓ ଏଥିରୁ ସୃଷ୍ଟି ହେବାକୁ ଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି।ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସୋମବାର ବରଗଡ଼ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ଏନେଇ ବରଗଡ଼ ଜିଲ୍ଲାପାଳଙ୍କ ପକ୍ଷରୁ ସରକାରୀ ନିର୍ଦ୍ଦେଶନାମା ଜାରି ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭାରୀରୁ ଅତି ଭାରୀ ବର୍ଷା ହୋଇପାରେ। ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ସହ ରାସ୍ତାଘାଟରେ ଜଳବନ୍ଦୀ ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଉପୁଜିପାରେ।ଏଭଳି ସ୍ଥିତିରେ ପିଲାମାନଙ୍କୁ ସ୍କୁଲ ଯିବାଆସିବା ସମୟରେ ଅସୁବିଧା ଓ ବିପଦରୁ ରକ୍ଷା କରିବା ପାଇଁ ଗୋଟିଏ ଦିନ ପାଇଁ ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।ଅନ୍ୟପଟେ ବର୍ଷାଜନିତ ଯେକୌଣସି ଜରୁରୀ ପରିସ୍ଥିତି ପାଇଁ ସଜାଗ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ଅଞ୍ଚଳ ଉପରେ ପ୍ରଶାସନ ନଜର ରଖିଥିବା ବେଳେ ଆବଶ୍ୟକ ସ୍ଥଳେ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି କୁହାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking