34.1 C
Bhubaneswar
Friday, March 29, 2024
Homeଓଡିଶାଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା: ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା: ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଘୃର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟାରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ବର୍ଷା ଲାଗି ରହିଛି ଫଲରେ ଏହା ପାର୍ବଣକୁ ଫିକା କରିଛି । ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭିଗ ।

ଏତତ୍ ବ୍ୟତୀତ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ନେଇ ଭୂବନେଶ୍ୱର ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଏହି ଲଘୁଚାପ ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ, ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ମେଘାଛନ୍ନ ରହିବା ସହ ବର୍ଷା ଏବଂ ଘଡଘଡି ଜାରି ରହିଛି । ଏତତ୍ ବ୍ୟତୀତ କଟକ ଓ ଏହାର ଆଖପାଖ ଅଞ୍ଚଳର ଆକାଶ ମଧ୍ୟ ମେଘାଛନ୍ନ ରହିବା ସହ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେଉଛି । ତେବେ ଆଗକୁ ଆହୁରି ବର୍ଷା ହେବାର ସମ୍ଭାବନା ଅଛି ବୋଲି ଦୁର୍ଗା ପୂଜା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଯାହାକି ଦୁର୍ଗାପୂଜାକୁ ସମ୍ପୂର୍ଣ୍ଣ ରୂପେ ଫିକା କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking