ଆଜିଠାରୁ ଲଘୁଚାପ, ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ଆଜିଠାରୁ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବିମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଆଜି ରାଜ୍ୟର ୭ଟି ଜିଲ୍ଳାକୁ ଓ ଆସନ୍ତାକଲି ରାଜ୍ୟର ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି ।

ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଆଜି ପାଇଁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି ।ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର୍ ସମ୍ଭାବନା ରହିଛି । ଆସନ୍ତା କାଲି ପ୍ରାୟ ସବୁ ସ୍ଥାନ ଓ ୨୨ ତାରିଖରେ ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ସେହିପରି ୨୧ ତାରିଖରେ ୧୧ଟି ଜିଲ୍ଲା ଯଥା ଦେବଗଡ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବରଗଡ଼, ଅନୁଗୁଳ, ବଲାଙ୍ଗୀର, ନୂଆପଡ଼ା, ସୋନପୁର ଓ ସମ୍ବଲପୁର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here