ତେଲେଙ୍ଗାନାରେ ପ୍ରବଳ ବର୍ଷା ଯୋଗୁଁ ୩୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଲଘୁଚାପ ଜନିତ ବର୍ଷା ଯୋଗୁଁ ଏବେ ଓଡିଶାରେ ପ୍ରବଳ ବର୍ଷା ଜାରି ରହିଛି । ଖାଲି ଓଡିଶା ନୁହେଁ, ଅନ୍ୟ ରାଜ୍ୟରେ ବି ଜାରି ରହିଛି ବର୍ଷା । ତେଲେଙ୍ଗାନାରେ ପ୍ରବଳ ବର୍ଷା ବିତ୍ପାତ ଯୋଗୁଁ ପ୍ରାୟ ୩୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କେବଳ ହାଇଦ୍ରାବାଦରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି । ଖାଲି ଏତିକି ନୁହେଁ, ଅନେକ ଲୋକ ପାଣି ସୁଅରେ ଭାସିଯାଇ ନିଖୋଜ ରହିଥିବା ବି ଖବର ସାମ୍ନାକୁ ଆସିଛି । ହାଇଦ୍ରାବାଦରୁ ଆନ୍ଧ୍ରପ୍ରଦେଶ ଓ କର୍ଣ୍ଣାଟକକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ହାଇଦ୍ରାବାଦର ଅଧିକାଂଶ ଅଂଚଳରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଯାଇଛି । ବିଭିନ୍ନ ସ୍ଥାନରେ ସେନାବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।

LEAVE A REPLY

Please enter your comment!
Please enter your name here