ଆସନ୍ତା ତିନିଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ!

heavy rain

ଭୁବନେଶ୍ବର:  ଉତ୍ତର-ପଶ୍ଚିମ ବଙ୍ଗପୋସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ତିନିଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାର ସନ୍ଦେହ ପ୍ରକଟ କରାଯାଇଛି । ଏହାକୁ  ଦୃଷ୍ଟିରେ ରଖି ରାଜ୍ୟର ୧୫ରୁ ଊର୍ଧ୍ବ ଜିଲ୍ଲାରେ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଉକ୍ତ ଜିଲ୍ଳାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ଢ଼େଙ୍କାନାଳ, ଅନୁଗୁଳ, ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଭଦ୍ରକ ଆଦି ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର  ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here