27.1 C
Bhubaneswar
Saturday, May 2, 2026
Homeଓଡିଶା୯ ଯାଏ ପ୍ରବଳ ବର୍ଷା

୯ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଟ୍ରଫ୍ ଲାଇନ୍ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଆହୁରି ୨୪ ଘଣ୍ଟା ଧରି ପ୍ରବଳ ବର୍ଷାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ଏହା ସହ ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ସଂଲଗ୍ନ ପୂର୍ବ ରାଜସ୍ଥାନ ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସିଦ୍ଧି, ଡାଲଟନଗଞ୍ଜ, ଦୀଘା ଓ ବାଂଲାଦେଶ ଦେଇ ଗତି କରୁଛି। ଏହାର ଉଚ୍ଚତା ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ ପ୍ରବଳ ବର୍ଷାର ସମ୍ଭାବନାକୁ ନନେଇ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ। ସାରା ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ, ଏହି ସମୟରେ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ଝଟକା ପବନ ବହିବ। ଏହାସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଆସନ୍ତାକାଲି ସାରା ଓଡ଼ିଶା ଅର୍ଥାତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହ ଘଣ୍ଟାପ୍ରତି ଝଟକା ପବନର ବେଗ ୩୦-୪୦ କିଲୋମିଟର ରହିବ। ଆସନ୍ତାକାଲିଠୁ ପ୍ରବଳ ବର୍ଷାର ପରିମାଣ ହ୍ରାସ ପାଇବ। ହେଲେ ଆସନ୍ତା ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ୯ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ବରଗଡ଼ର ପଦ୍ମପୁର ଓ ରାୟଗଡ଼ା ଜିଲ୍ଲାର ପଦ୍ମପୁର ଠାରେ ସର୍ବାଧିକ ୮୮.୦ ମିମି ବର୍ଷା ରେକର୍ଡ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking