17.1 C
Bhubaneswar
Tuesday, December 16, 2025
Homeଓଡିଶାଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ସକାଳ ୮ଟା ୩୦ ଯାଏଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦକ୍ଷିଣ ବଙ୍ଗଳାଦେଶ ଓ ତତସଂଲଗ୍ନ ଅଞ୍ଚଳରେ ସଦୃଶ ଲଘୁଚାପ ସକ୍ରିୟ ରହିଛି । ଏହା ଅଧିକ ଘନୀଭୁତ ହୋଇ ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଜି ୱେଲମାର୍କ ଲୋ-ପ୍ରେସରେ ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୋମବାର ରାଜ୍ୟର ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେଠାରେ ୭ରୁ ୧୧ ମିମି ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୨ରୁ ବର୍ଷାର ପ୍ରଭାବ କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ରାଜ୍ୟର ଟିଟିଲାଗଡରେ ସର୍ବାଧିକ ତାପମାତ୍ରା ୩୫.୫ଂ ରେକର୍ଡ କରାଯାଇଥିବା ବେଳେ ଅନୁଗୁଳ ଏବଂ ପାରଳାଖେମୁଣ୍ଡିରେ ସର୍ବନିମ୍ନ ୨୨ଂ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ୱରରେ ୩୩ଂ ଏବଂ କଟକରେ ୩୨.୨ଂ ତାପମାତ୍ରା ରହିଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking