21.1 C
Bhubaneswar
Sunday, November 24, 2024
Homeଓଡିଶାଆସନ୍ତା ୫ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଆସନ୍ତା ୫ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର:   ଲଗୁଚାପ ପ୍ରଭାବରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି । ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବ ବୋଲି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ୨୪ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବାରୁ  ତାର ପ୍ରଭାବରେ ବର୍ଷା ଲାଗିରହିବ । ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ସହ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ୨୬ ତାରିଖଠୁ ବର୍ଷାର ପରିମାଣରେ ସାମାନ୍ୟ ହ୍ରାସ ହୋଇପାରେ । ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅର୍ଥାତ ଶୁକ୍ରବାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଶନିବାର ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ,ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରବିବାର ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର ଓ ଅନୁଗୋଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ସହିପରି ବର୍ତ୍ତମାନ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି । ବଜ୍ରପାତ ସମୟରେ ସତର୍କତା ଅବଲମ୍ବନ କରିବା ସହ ପ୍ରବଳ ବର୍ଷା ଯୋଗୁଁ ମାଟି ଘର ଓ ମାଟି ରାସ୍ତା ପ୍ରତି ସାବଧାନତା ଅବଲମ୍ୱନ ପାଇଁ ପରାମର୍ଶ ଦିଆଯାଇଛି । ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ମତ୍ସ୍ୟଜୀବୀଙ୍କ ପାଇଁ ଜାରି ହୋଇଥିବା ସତର୍କ ସୂଚନା ପାଳନ ପାଇଁ ରାଜ୍ୟର ୬ ଟି ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଅନ୍ୟପଟେ ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି । ତେଣୁ ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ହୀରାକୁଦର ୬ଟି ଗେଟ୍ ଖୋଲାଯାଇଛି । ଆଗକୁ ବର୍ଷା ବଢିବାର ସମ୍ଭାବନା ଥିବାରୁ ଅଧିକ ଗେଟ ଖୋଲାଯାଇପାରେ । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୦.୯୦ ଫୁଟରେ ପହଞ୍ଚିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking