32.1 C
Bhubaneswar
Wednesday, September 18, 2024
Homeଓଡିଶାଆଜିଠାରୁ ପ୍ରବଳ ବର୍ଷା !

ଆଜିଠାରୁ ପ୍ରବଳ ବର୍ଷା !

ଭୁବନେଶ୍ୱର:  ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଆସନ୍ତାକାଲି  ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା କରାଯାଉଥିବାରୁ ରାଜ୍ୟରେ ବର୍ଷାର ପ୍ରଭାବ ବଢ଼ିବ । ବର୍ଷାର ପ୍ରଭାବ ୨ରୁ ୩ ଦିନ ପର୍ଯ୍ୟନ୍ତ ରହିପାରେ । ସମ୍ଭାବ୍ୟ ଲଘୁଚାପଟି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବାରୁ ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟ ଏବଂ ଲଘୁଚାପ ପ୍ରଭାବରେ ଆସନ୍ତାକାଲି କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ଅନୁଭୂତ ହେବ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ରାଜ୍ୟର ଅନ୍ୟ କେତେକ ଜିଲ୍ଲାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୭ ତାରିଖରୁ ବର୍ଷାର ପ୍ରଭାବ ବଢ଼ିବା ସହ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବିଶେଷକରି ଉତ୍ତର ଓଡ଼ିଶାରେ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆକଳନ କରାଯାଇଛି । ୮ ତାରିଖରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ଜାରି ରହିବ । ଏହି ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟଲୋ ଆଲର୍ଟ ଜାରି କରିଛି ।
ଗତ ୩୬ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଅନୁଭୂତ ହୋଇଥିବା ବେଳେ ନୂଆପଡ଼ାରେ ସର୍ବାଧିକ ୩୭ ମିମି ବର୍ଷା ଅନୁଭୂତ ହୋଇଛି । ଝାରସୁଗୁଡ଼ା ୧୯, ଗୋପାଳପୁର ୧୭, ଛତ୍ରପୁର ୧୬, ସୁନ୍ଦରଗଡ଼ ୧୨ ମିମି ବର୍ଷା ରେକର୍ଡ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‌ଆରସି ନିର୍ଦ୍ଦେଶ କରିଛନ୍ତି । ବିଶେଷକରି ଯେଉଁ ଜିଲ୍ଲାଗୁଡ଼ିକ ପାଇଁ ସତର୍କ ସୂଚନା ଜାରି ହୋଇଛି, ସେହି ଜିଲ୍ଲାର ଜିଲ୍ଲାପାଳମାନେ ସବୁ ପ୍ରକାର ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌ଆରସି କହିଛନ୍ତି । ସହରାଞ୍ଚଳ ଓ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି । ଡ୍ରେନେଜ୍ ବ୍ୟବସ୍ଥାର ତଦାରଖ ସହ ପମ୍ପସେଟ୍ ପ୍ରସ୍ତୁତ ରଖିବାକୁ ମଧ୍ୟ କୁହାଯାଇଛି । ମତ୍ସ୍ୟଜୀବୀମାନଙ୍କ ପାଇଁ ଜାରି ହୋଇଥିବା ସତର୍କ ସୂଚନାକୁ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking