26.1 C
Bhubaneswar
Friday, March 29, 2024
Homeଓଡିଶାଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା

ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କାରଣରୁ କାଲି ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ତେବେ ୧୯ ତାରିଖ ପାଇଁ ୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଥିରେ ସାମିଲ ରହିଛି –ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ, ଝାରସୁଗୁଡା, କେନ୍ଦୁଝର,ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡା ।
ସେହିପରି ୨୦ ତାରିଖ ପାଇଁ ୧୨ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଥିବା ବେଳେ ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂରେ ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ସମ୍ବଲପୁର, କଟକ, କେନ୍ଦ୍ରାପଡ. ଯାଜପୁର, ଭଦ୍ରକ ବଲାଙ୍ଗିର ସୋନପୁର ଓ କେନ୍ଦୁଝର ରହିଥିବା ବେଳେ ୟେଲୋ ୱାର୍ଣ୍ଣିଂରେ ରହିଛି- ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡା, ବରଗଡ, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ । ତେବେ ଅନୁଗୁଳ, ଦେଓଗଡ ଓ ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଅନ୍ୟପଟେ ୨୧ ତାରିଖ ପାଇଁ ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର ଓ ଦେଓଗଡ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ବଲାଙ୍ଗିର ଓ ନୂଆପଡା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking