ଭୁବନେଶ୍ୱର: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏଥିପାଇଁ ମୋଟ ୧୪ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ଦିନରେ ଏହି ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।