27.1 C
Bhubaneswar
Friday, March 29, 2024
Homeଓଡିଶା୭ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା: ସତର୍କ କରାଇଲେ ଏସ୍ଆରସି

୭ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା: ସତର୍କ କରାଇଲେ ଏସ୍ଆରସି

ଭୁବନେଶ୍ୱର: ରାଜ୍ୟରେ ବର୍ଷା ନେଇ ସବୁ ଜିଲ୍ଲାପାଳଙ୍କୁ ଏସଆରସି ପ୍ରଦୀପ ଜେନା ଚିଠି ଲେଖିଛନ୍ତି । ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ଏସଆରସି । ଏହାସହ ତଳିଆ ଅଞ୍ଚଳର ସ୍ଥିତି ଉପରେ ନଜର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଜଳବନ୍ଦୀ ସ୍ଥାନରେ ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ମଧ୍ୟ ସେ କହିଛନ୍ତି । କେଉଁ ଜିଲ୍ଲାରେ ବର୍ଷାର ସ୍ଥିତି କଣ ରହିବ ସେନେଇ ସଜାଗ କରିଛନ୍ତି । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ନେଇ ମଧ୍ୟ ଚିଠିରେ ସୂଚନା ଦିଆଯାଇଛି ।
ଉଲ୍ଲେଖଯୋଗ୍ୟ ଯେ ଉତ୍ତର ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତିନି ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହାସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହାସହ ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି ।
ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବ  ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ କେନ୍ଦୁଝର, ସମ୍ୱଲପୁରର ଜିଲ୍ଲା । ଏହି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ।
 
ସେହିଭଳି ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଦେବଗଡ଼, କୋରାପୁଟ, ନବରଙ୍ଗପୁର ଓ କଳାହଣ୍ଡି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ବର୍ଷା ଆଶଙ୍କା ଜିଲ୍ଲାଗୁଡ଼ିକର ଜିଲ୍ଲା ପ୍ରଶାସନ ସୂଚନାକୁ ଆଖି ଆଗରେ ରଖି ତୀଷ୍ମ ନଜର ରଖିବା ସହ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking