ଟ୍ଵିନ ସିଟିରେ ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପଜନିତ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ଟ୍ଵିନ ସିଟିରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଦିନ ୧୦ ଯାଏଁ କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବ। ଘଣ୍ଟାକୁ ୨ରୁ ୩ ସେମିରେ ବର୍ଷିବ। ଏଥିସହିତ କାଲାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଆନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, କଟକ, ଖୋର୍ଧା, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ‌ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରକାଶ।ଅକ୍ଟୋବର ୧ରୁ ୨ ତାରିଖ ମଧ୍ୟରେ ଜଗତ୍ସିଂହପୁର, କଟକ, ପୁରୀ, କେନ୍ଦ୍ରାପଡା ଏବଂ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଗଞ୍ଜାମ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ ଏବଂ ଖୋର୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ସତର୍କ କରାଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here