19.1 C
Bhubaneswar
Friday, February 13, 2026
Homeଓଡିଶାଧାମରା-କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ପବନ

ଧାମରା-କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ପବନ

ଧାମରା: ବାତ୍ୟାର ପ୍ରକୋପ ଆରମ୍ଭ ହେଲାଣି । ଧାମରାରେ ପ୍ରବଳ ବର୍ଷା ପବନ ହେଉଛି । କେନ୍ଦ୍ରାପଡ଼ାରେ ମଧ୍ୟ ପ୍ରବଳ ବର୍ଷା ପବନ । ପ୍ରଭାବିତ ହେବାକୁ ଥିବା ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବର୍ଷା ଲାଗି ରହିଛି। ବାତ୍ୟାରେ ବେଶି ପ୍ରଭାବିତ ହେବ ୩ ଜିଲ୍ଲା । ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା। ସମୁଦ୍ର ଜୁଆରିଆ ହେଲାଣି । ୧ରୁ ୨ ମିଟର ଉଚ୍ଚର ଜୁଆର ଉଠିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । କଚା ଘର କ୍ଷତିଗ୍ରସ୍ତ ହେବା ଆଶଂକା ରହିଛି । ଆଜବେଷ୍ଟସ୍ ଛାତ ବି ଉଡ଼ାଇବ ବାତ୍ୟା ପବନ। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ‘ଦାନା’ର ପ୍ରଭାବ ପ୍ରାୟ ୯ଟି ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରାଯାଇଛି। ଏହାକୁ ନଜରରେ ରଖି ୯ଟି ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛନ୍ତି। ଏହାସହ ବାତ୍ୟା ଦ୍ୱାରା ଅଧିକ ପ୍ରଭାବିତ ହେବାକୁ ଥିବା ୬ଟି ଜିଲ୍ଲା ପାଇଁ ୬ଜଣ ବରିଷ୍ଠ ଆଇଏଏସ୍‌ଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking