32.1 C
Bhubaneswar
Saturday, February 14, 2026
Homeଓଡିଶାମାଲକାନଗିରିରେ ପ୍ରବଳ ବର୍ଷା

ମାଲକାନଗିରିରେ ପ୍ରବଳ ବର୍ଷା

ଭୁବନେଶ୍ୱର : ମାଲକାନଗିରିରେ ଲାଗି ରହିଛି ପ୍ରବଳ ବର୍ଷା । ସଦର ମହକୁମା ସହ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ବିଭିନ୍ନ ତଳିଆ ଅଞ୍ଚଳରେ ଜମିଲା ପାଣି । ପାଣି ଜମିବାରୁ ତଳିଆ ଅଞ୍ଚଳ ଲୋକେ ହନ୍ତସନ୍ତ । ତେବେ ସୂଚନା ଅନୁଯାୟୀ, ଆହୁରି ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ପାଣିପାଗ ବିଭାଗ । ସେହିପରି କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟାରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି କହିଛି ପାଣିପାଗ ବିଭାଗ। ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଉପରେ ଏହାର ପ୍ରଭାବ ରହିବ।ଅନ୍ୟପଟେ ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ୨ ଦିନ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking